ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା

ଭୁବନେଶ୍ୱର – ୧୪ ଥରର ଚାମ୍ପିଅନ ଇଣ୍ଡୋନେସିଆକୁ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳକୁ ଓଡ଼ିଶା ସମ୍ବର୍ଦ୍ଧିତ କରିବାକୁ ଯାଉଛି I ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି I ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ I ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡ଼ମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି I

Comments are closed.