ଆଜିଠାରୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ,୫ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର – ଆଜିଠୁ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି । ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
୧୦ ତାରିଖ ଯାଏଁ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି ।

ଆଜି ମଧ୍ୟାହ୍ନ ସୁଦ୍ଧା ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ୯ ତାରିଖରେରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର , ନୂଆପଡା, ୧୦ରେ ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ରୋଗୀ, ବୟସ୍କ ଏବଂ ଶିଶୁଙ୍କୁ ଖରା ସଂସ୍ପର୍ଶରେ ଆସିବାକୁ ବାରଣ କରାଯାଇଛି । ସେପଟେ ଦକ୍ଷିଣ ଓ ଉପକୂଳ ଓଡିଶାରେ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଜୁନ ୧୧ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମପ୍ରବାହ ପାଇଁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି ଲେଖି
ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.