ବାଲୁଗାଁରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା | News Room Odisha

ବାଲୁଗାଁରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

ବାଲୁଗାଁ – ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ପ୍ରେମୀ ଯୁଗଳ ଆତ୍ମହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ଯୁବତୀ ଜଣକ ଇଂଜନପୁର ଗାଁର ଏବଂ ଯୁବକ ଜଣକ ବାଣପୁର ଥାନା ଅନ୍ତର୍ଗତ ବିଷ୍ଣୁଡିହର ବୋଲି ଜଣାପଡିଛି । ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କ ଥିଲା। କିନ୍ତୁ କାହିଁକି ସେମାନେ ଆତ୍ମହତ୍ୟା କଲେ ତାର କାରଣ ଜଣାପଡି ନାହିଁ ।ଏପରିକି ପରିବାର ପକ୍ଷରୁ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରିନି। ଉଭୟେ ବିଷ୍ଣୁଡିହ ଗାଁର ପାଣିଟାଙ୍କି ନିକଟରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଉଭୟଙ୍କୁ ପ୍ରଥମେ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଜଣଙ୍କୁ ଭୁବନେଶ୍ୱର ଏବଂ ଅନ୍ୟ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦୁଇ ଜଣଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଅନ୍ତିମ ସତ୍କାର କରାଯାଇଛି।