ପ୍ରଚଣ୍ଡ ତାତିରୁ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ୱର- ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଗତକାଲି ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ମେଘୁଆ ରହିଥିଲା । ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗତକାଲି ରାଜ୍ୟର ତାପମାତ୍ରା ଅପେକ୍ଷାକୃତ କମ୍ ରହିଥିଲା । ମାତ୍ର ୫ଟି ସହରର ତାପମାତ୍ରା ହିଁ ୪୦ ଡିଗ୍ରୀ ଉପରେ ରହିଥିଲା । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଶୁକ୍ରବାର ମଧ୍ୟ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିଲା । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୨ ତ‌ାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଝଡ଼ବର୍ଷା ହେବ । ୧୪ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ଆସନ୍ତା ୪ଦିନ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.