ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍‌, ୬ ଗୁରୁତର | News Room Odisha

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍‌, ୬ ଗୁରୁତର

ବରଗଡ଼: ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍‌ । ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଜିଲ୍ଲା ପଦ୍ମପୁର ପାଟଣାଗଡ଼ା ରାସ୍ତା ସୁଲିଆ ଗାଁ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଛତିଶଗଡ଼ ବିଳାସପୁରରୁ ହରିଶଙ୍କର ଯାଉଥିଲେ ଏକ କାର୍‌ । ହେଲେ ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ ଗାଁ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା । ଫଳରେ ଗାଡିରେ ୬ଜଣ ଦୁର୍ଘଟଣାରେ ଶିକାର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପଦ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।