ଦୁଇବର୍ଷ ପରେ ଭକ୍ତଙ୍କ ଗ୍ରହଣରେ ଶ୍ରୀକ୍ଷେତ୍ରରେ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା | News Room Odisha

ଦୁଇବର୍ଷ ପରେ ଭକ୍ତଙ୍କ ଗ୍ରହଣରେ ଶ୍ରୀକ୍ଷେତ୍ରରେ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

ପୁରୀ – ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଏଥିପାଇଁ ଶ୍ରୀମନ୍ଦିର ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଚାଲିଛି ସମସ୍ତ ନୀତିକାନ୍ତି।ଆଜି ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସକାଳ ସାଢ଼େ ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିଜେ ହୋଇଥିଲେ। ଜଳବିଜେ ହେବା ପରେ ମଧ୍ୟାହ୍ନ ୧୨ଟା ୧୫ରୁ ୧୨ଟା ୪୫ ଭିତରେ ଛେରାପହଁରା ହେବ। ଦିନ ୧୨ଟା ୪୫ରୁ ୨ଟା ୩୦ ମଧ୍ୟରେ ମହାପ୍ରଭୁଙ୍କ ହାତୀବେଶ କରାଯିବ। ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ବ୍ୟାରିକେଡ୍‌ରେ ଯାଇ ସ୍ନାନମଣ୍ଡପ ପାଖରେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ କରିପାରିବେ। ରାତି ୧୦ଟାରୁ ରାତି ଗୋଟାଏ ଭିତରେ ବାହୁଡ଼ା ପହଣ୍ଡି ହେବ । ସ୍ନାନ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ର। ଦୁଇବର୍ଷ ପରେ କୋଭିଡ୍ କଟକଣା କୋହଳ ହୋଇଥିବାରୁ ସ୍ନାନଯାତ୍ରା ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି । ପୁରୀରେ ୫୨ ପ୍ଲାଟୁନ୍ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।