ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମିଳିନି ପରିଚୟ

ସୁବର୍ଣ୍ଣପୁର: ଗଛରେ ଝୁଲୁଛି ଅଜଣା ମହିଳାଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଆଦର୍ଶ ବିଦ୍ୟାଳୟ ପଛପଟେ ଥିବା ମହାନଦୀ କୂଳରେ ଏକ ଗଛରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଜଣେ ଅଜଣା ମହିଳା ବେକରେ ଶାଢ଼ୀ ଲଗାଇ ଝୁଲୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକ ଦେଖି ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତଦେହକୁ ସ୍ଥାନୀୟ ମେଡିକାଲକୁ ପଠାଇ ଦେଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳି ପାରିନାହିଁ । ମହିଳା ଜଣଙ୍କ କିଏ, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି ।

Comments are closed.