ରାଜ୍ୟରେ ପ୍ରାକ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ବର – ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରାକ୍‌-ମୌସୁମୀ ବର୍ଷା। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଗତକାଲି ପ୍ରଥମେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି। ପ୍ରାକ୍‌-ମୌସୁମୀ ସକ୍ରିୟ ରହିଥିବାରୁ ରାତି ସୁଦ୍ଧା ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ଲାଗି ପାଗ ଅନୁକୂଳ ରହିଥିବାରୁ ଆଜି କିମ୍ବା ଶୁକ୍ରବାର ସକାଳ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି।

ଏବେ ଓଡ଼ିଶାରେ ପ୍ରାକ୍‌-ମୌସୁମୀ ବର୍ଷା ଆରମ୍ଭ ହୋଇଛି। ମୌସୁମୀ ବାୟୁ ସକ୍ରିୟ ଲାଗି ପାଗ ଅନୁକୂଳ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ସ୍ପର୍ଶ କରିବ। ପରବର୍ତୀ ସମୟରେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକୁ ଛୁଇଁବ। ଆଜି ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ ଓ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

Comments are closed.