ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ | News Room Odisha

ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର – ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କରିଛି ମୌସୁମୀ । ଏହା ପ୍ରଭାବରେ କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ମୌସୁମୀ ଓଡ଼ିଶା ଛୁଇଁବା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇଥିଲା । ସାଧାରଣତଃ ଜୁନ୍ ୧୭ ସୁଦ୍ଧା ଓଡ଼ିଶାକୁ ମୌସୁମୀ ପ୍ରବେଶ କରିଥାଏ । ସେ ଦୃଷ୍ଟିରୁ ଦେଖିଲେ ଏବର୍ଷ ମୌସୁମୀ ବିଳମ୍ବ ହୋଇନି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।