ଆସନ୍ତା ୨୦ରୁ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ, ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା | News Room Odisha

ଆସନ୍ତା ୨୦ରୁ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ, ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା

ଭୁବନେଶ୍ୱର – ଆସନ୍ତା ୨୦ ତାରିଖରୁ ୧୦ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ ଏବଂ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ୨୦ ତାରିଖରେ ଇଟାଲୀ ରାଜଧାନୀ ରୋମ ଅଭିମୁଖେ ଯାତ୍ରା କରିବେ। ଜାତିସଂଘ ଆୟୋଜନ କରୁଥିବା କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମର ସଫଳତା ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ରୋମ୍‍ରୁ ଦୁବାଇ ଅଭିମୁଖେ ଯାତ୍ରା କରିବେ। ଦୁବାଇରେ ଆସନ୍ତା ୨୯ ତାରିଖରେ ଓଡ଼ିଶା ସରକାର ଓ ଫିକି ପକ୍ଷରୁ ହେବାକୁ ଥିବା ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ବିଭିନ୍ନ ଦେଶର ନିବେଶକମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୩୦ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦୁବାଇରୁ ଦିଲ୍ଲୀ ଓ ସେହିଦିନ ରାତିରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ।