ରାଜ୍ୟରେ ୫୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୧ ନୂଆ କୋରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଜଣ ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧରୁ ୩୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬, ବାଲେଶ୍ବରରୁ ୪, କଟକରୁ ୩, ଜଗତସିଂହପୁର, ନୟାଗଡ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୈ।ଦ୍ଧ, ଗଞ୍ଜାମ, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁରୁଷ ୭ଟି ମାମଲା ଆସିଛି ।

Comments are closed.