ରାଜ୍ୟରେ ଆଉ ୪୬ କୋରୋନା ପଜିଟିଭ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୪୬ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର – ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ର ଓ ୧୯ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ ଜଣ ଚିହ୍ନଟ ହୋଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ଜଣ ଓ ଷ୍ଟେଟପୁଲରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୮୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୪୫୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୬୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।