ରାଜ୍ୟର ସବୁ ଜିଲ୍ଲାକୁ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର – ରାଜ୍ୟର ସବୁ ଜିଲ୍ଲାକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ଥିଲା।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଉ ୪ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପ୍ରାକ୍ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବାରୁ ଏହା ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ପ୍ରଭାବରେ ବର୍ଷା ସହ ବଜ୍ରପାତ ହୋଇଥିଲା। ରାଜ୍ୟରେ ମୌସୁମୀ ବର୍ଷା ହେବା ଫଳରେ ଅସହ୍ୟ ତାତି ଓ ଗୁଳୁଗୁଳିରୁ ତ୍ରାହି ମିଳିଛି।

Comments are closed.