ଭୁବନେଶ୍ୱର: ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗୀୟ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ , ନିର୍ଦ୍ଦେଶକ ( ବୈଷୟିକ ) ସୁରେନ୍ଦ୍ର ନାଥ ପରିଡ଼ା , ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ଵାଗତ ଜଣାଇଥିଲେ ।
ଦାୟିତ୍ଵ ଗ୍ରହଣ ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ବିଶେଷ କରି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଯେପରି ସୁଚାରୁ ରୂପେ ଅନୁଷ୍ଠିତ ହେବ ଏବଂ ଜାତୀୟ ସ୍ତରରେ କାର୍ଯ୍ୟ କରୁଥିବା ବିଭିନ୍ନ ଆଧ୍ୟାତ୍ମିକ ଟିଭି ଚାନେଲ୍ଗୁଡ଼ିକ ଦ୍ଵାରା ରଥଯାତ୍ରାର ସିଧାପ୍ରସାରଣପୂର୍ବକ ସାରା ଦେଶର ଭକ୍ତମାନଙ୍କୁ ରଥଯାତ୍ରା ସଂପର୍କରେ ଅବଗତ କରାଇବେ , ସେ ବାବଦରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ଗୁରୁତ୍ୱ ଆରୋପ କରିଥିଲେ ।
ନିର୍ଦ୍ଦେଶକ ଶ୍ରୀ ତ୍ରିପାଠୀ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡ଼ିକ ସଂପର୍କରେ ସୂଚନା ଦେଇଥିଲେ ।
Comments are closed.