ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ – ଏନଡିଏ ମେଣ୍ଟ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ। ଦିଲ୍ଲୀରେ ବସିଥିବା ବିଜେପି ସଂସଦୀୟ ବୋର୍ଡ ବୈଠକରେ ମୁର୍ମୁ ଙ୍କୁ ପ୍ରାର୍ଥୀ କରିବା ପାଇଁ ଘୋଷଣା କରାଯାଇଥିଲା । ଯଦି ମୁର୍ମୁ ଜିତନ୍ତି, ତା’ହେଲେ ସେ ଓଡ଼ିଶାରୁ ଦ୍ୱିତୀୟ ରାଷ୍ଟ୍ରପତି ହେବେ। ପୂରବରୁ ଭି. ଭି ଗିରି ଓଡ଼ିଶା ଜନ୍ମିତ ପ୍ରଥମ ରାଷ୍ଟ୍ରପତି ଥିଲେ । ଜିତିଲେ ପ୍ରତିଭା ପାଟିଲ ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ ଦ୍ରୌପଦୀ ମୁର୍ମୁ । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପୂର୍ବରୁ ପ୍ରଥମ ଆଦିବାସୀ ମହିଳା ଭାବେ ଝାଡଖଣ୍ଡର ରାଜ୍ୟପାଳ ହୋଇଥିଲେ। ୨୦୧୫ରୁ ୨୦୨୧ ଯାଏ ସେ ରାଜ୍ୟପାଳ ଥିଲେ।

ବିଜେଡି-ବିଜେପି ମେଣ୍ଟ ସରକାର ବେଳେ ସେ ଓଡ଼ିଶାରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦ୍ରୌପଦୀ ମୁର୍ମୁ ଦୁଇ ଥର (୨୦୦୦ ଓ ୨୦୦୪) ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Comments are closed.