ଦ୍ରୌପଦୀ ମୁର୍ମୁ : କାଉନସିଲର, ବିଧାୟିକା, ରାଜ୍ୟପାଳ ଓ ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ – ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଏନଡିଏ । ଓଡିଶାର ଆଦିବାସୀ ନେତ୍ରୀ ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ପ୍ରାର୍ଥୀ କରିଛି । ୧୯୯୭ ମସିହାରେ ପ୍ରଥମ କରି ଜଣେ କାଉନସିଲର ଭାବେ ବିଜୟୀ ହୋଇଥିଲେ ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ ରାଇରଙ୍ଗପୁରର ଭାଇସ୍-ଚେୟାରମ୍ୟାନ୍ ରହିଥିଲେ । ସେହି ବର୍ଷ ସେ ରାଜ୍ୟ ବିଜେପିର ଏସଟି ମୋର୍ଚ୍ଚାର ଉପ-ସଭାପତି ଭାବେ ନିଯୁକ୍ତ ହୋଇଥିଲେ ।

୨୦୦୦ରୁ ୨୦୦୪ ଏବଂ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ଦ୍ରୌପଦୀ ମୁର୍ମୁ ବିଧାୟିକା ଥିଲେ। ସେ ରାଜ୍ୟ ବିଜେପି ଏସଟି ମୋର୍ଚ୍ଚାର ସଭାନେତ୍ରୀ ଭାବେ ମଧ୍ୟ ନିଯୁକ୍ତ ହୋଇଥିଲେ ୨୦୧୦ହାରୁ ୨୦୧୩ ଯାଏଁ ମୟୂରଭଞ୍ଜ (ପଶ୍ଚିମ)ର ଜିଲ୍ଲା ବିଜେପି ସଭାପତି ରହିଥିଲେ । ୨୦୧୫ ମସିହାରୁ ୨୦୨୧ ମସିହା ପର୍ଯ୍ୟନ୍ତ ଦ୍ରୌପଦୀ ମୁର୍ମୁ ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ ।

Comments are closed.