ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ରୋମ – ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଏ ବାବଦରେ ଆଲୋଚନା କଲାବେଳେ ସେ ଆନନ୍ଦିତ ହୋଇଥିଲେ ବୋଲି ଟୁଇଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଓଡ଼ିଶା ପାଇଁ ଏକ ଗର୍ବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦେଶରେ ମହିଳା ସଶକ୍ତିକରଣ ପାଇଁ ଶ୍ରୀମତୀ ମୁର୍ମୁ ଉଜ୍ଜ୍ୱଳ ଉଦାହରଣ ହେବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.