ରାଜ୍ୟରେ ଆଉ ୪୫ କୋରୋନା ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୪୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର -ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୪୫ ଜଣ ନୂଆ କରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୨୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮, କଟକରୁ ୧୨, ବାଲେଶ୍ଵରରୁ ୩, ଯାଜପୁରରୁ ୨, ଢେଙ୍କାନାଳରୁ ୨, ଅନୁଗୁଳ, ପୁରୀ, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ଷ୍ଟେଟ ପୁଲରୁ ଚିହ୍ନଟ ହୋଇଛନ୍ତି ୪ ଆକ୍ରାନ୍ତ ।