୨୫ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର – ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ରହିବ ରହିବ । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶାରେ ବାୟୁମଣ୍ଡଳ ଉପରେ ଏକ ଘୂଣ୍ଣିବଳୟ ସକ୍ରିୟ ରହିଛି ।ଏହାର ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଭଦ୍ରକ, ଯାଜପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Comments are closed.