ରାଇମୋହନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର:- ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ରାଇମୋହନଙ୍କ ଅନୁପସ୍ଥିତି ସର୍ବଦା ଅନୁଭବ ହେବ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ।

Comments are closed.