ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ – ରଥଯାତ୍ରା ଶୃଙ୍ଖଳିତ ଓ ସୁରକ୍ଷିତ କରିବାକୁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ଲଗାଯାଇଉଛି ବୋଲି ପୁରୀ ଏସପି କନୱର ବିଶାଲ ସିଂହ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି, ସେବାୟତ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟ, ଭକ୍ତଙ୍କ ସୁରକ୍ଷା ଓ ସୁବିଧା, ଟ୍ରାଫିକ ନିୟନ୍ତ୍ରଣ, ଜନଗହଳି ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆମ୍ବୁଲାନ୍ସ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ଗ୍ରୀନ୍ କରିଡର ସୃଷ୍ଟି କରାଯିବ। ରଥଯାତ୍ରା ପୂର୍ବଦିନ ଜନଗହଳି ହେଲେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷାକରି ଏହାକୁ ନିୟନ୍ତ୍ରଣ କରାଯିବ। ରଥଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ସ୍ବତନ୍ତ୍ର ପ୍ଲାନ ହେବା ସହ ପାର୍କିଂ ସ୍ଥାନଗୁଡିକରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେଭଳି ହଇରାଣ ନ ହେବେ, ସେଥିପ୍ରତି ଗୁରୁତ୍ବ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଏସପି ।

Comments are closed.