ମୌସୁମୀ ଛୁଇଁବା ପରଠାରୁ ରାଜ୍ୟରେ ସ୍ୱାଭାବିକ ବର୍ଷା, ଆଉ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର – ରାଜ୍ୟରେ ଆଉ ୪ ଦିନ ପ୍ରବଳ ବର୍ଷିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଆଜି ଠାରୁ ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

ଜୁନ୍ ୧୫ରୁ ୨୫ ତାରିଖ ଯାଏଁ ରାଜ୍ୟରେ ୯୮ ଦଶମିକ ୩ ମିଲିମିଟର୍ ବର୍ଷା ରେକର୍ଡ କରାଯାଇଛି । ଜୁନ୍ ୧୬ ତାରିଖରେ ରାଜ୍ୟରେ ମୌସୁମୀ ଛୁଇଁବା ପରଠାରୁ ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିଛି । ଆଜି ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ‌।

Comments are closed.