ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥାହେଲେ ନବୀନ | News Room Odisha

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥାହେଲେ ନବୀନ

ଭୁବନେଶ୍ୱର – ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦ୍ରୌପଦୀଙ୍କ ପ୍ରାର୍ଥିତ୍ୱ ରାଜ୍ୟବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶାର ସବୁ ଭୋଟ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।