ମଧ୍ୟାହ୍ନ ଭୋଜନ ଖାଇ ୨୫ରୁ ଅଧିକ ଛାତ୍ରଛାତ୍ରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ବରଗଡ: ମଧ୍ୟାହ୍ନ ଭୋଜନ ଖାଇ ୨୫ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଏହି ଘଟଣା ବରଗଡ ସଦର ବ୍ଲକ୍ ଖଲିଆପାଲି ଆଶ୍ରମ ବିଦ୍ୟାଳୟରେ ଦେଖିବାକୁ ମିଳିଛି ।
ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ସାରିବା ପରେ କେତେକ ଛାତ୍ରଛାତ୍ରୀଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା ଓ ବାନ୍ତି ହୋଇଥିଲା । ଫଳରେ ସେମାନଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ଖଲିଆପାଲି ସ୍କୁଲରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି ।

Comments are closed.