ପାଞ୍ଚ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର – ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶା‌ରେ ପ୍ରବଳ ବର୍ଷା ହେବ। ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼, ‌ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ବଜ୍ରପାତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୩୦ ତାରିଖରେ ମଧ୍ୟ କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ଦେବଗଡ଼ରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ପରବର୍ତ୍ତୀ ଦୁଇ ଦିନରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ।

Comments are closed.