ଜାଭେଲିନ ତାରକା ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଷ୍ଟକହୋମ ଡାଏମଣ୍ଡ ଲିଗରେ ନୀରଜ ଚୋପ୍ରା ୮୯ ଦଶମିକ ୯୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିବା ସହ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ନୀରଜଙ୍କ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଗକୁ ନୀରଜ ତାଙ୍କ କ୍ୟାରିୟରରେ ଅନେକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରିବେ ବୋଲି ଆଶା ପ୍ରକାଶ କରିବା ସହ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.