ଆସନ୍ତା ୪ ତାରିଖରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର – ସାରାରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେଉଛି ‌। ଏଣେ ଆସନ୍ତା ୪ ତାରିଖ ଉତ୍ତର ଓଡ଼ିଶା ଏବଂ ତତସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢ଼ାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।

Comments are closed.