ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫ ଶହ ଟପିଲା, ୫୧୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୫୦୦ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୫୧୨ ନୂଆ କୋରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ଅଛନ୍ତି । ସଙ୍ଗରୋଧରୁ ୩୦୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୨ ଜଣ ଚିହ୍ନଟ ହୋଇଛନ୍ତି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୯, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ୍‌ପୁଲ୍‌ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ, ଗଞ୍ଜାମରୁ ୨, ଜଗତସିଂହପୁର ୮, ଯାଜପୁର ୧୦, ଝାରସୁଗୁଡ଼ା ୭,କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୩, ମୟୂରଭଞ୍ଜ ୮, ନୟାଗଡ଼ରୁ ଜଣେ, ପୁରୀରୁ ୨୯, ରାୟଗଡ଼ା ୨, ସମ୍ବଲପୁର ୬ ଓ ସୋନପୁରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୨ ହଜାର ୯୨୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୨ ଲକ୍ଷ ୮୦ ହଜାର ୯୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Comments are closed.