ରାଜ୍ୟରେ ଆଉ ୫୭୬ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଜି କରୋନା ସଂକ୍ରମଣ ୫୦୦ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଆଉ ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୩୭ ଓ ସ୍ଥାନୀୟ ଅଞ୍ଚଳରୁ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୯ ଜଣ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୪ ଓ କଟକରୁ ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪କୁ ବୃଦ୍ଧି ପାଇଛି। ରାଜ୍ୟରେ ଆକ୍ଟିଭ୍‌ କେସ୍ ୩୦୨୭କୁ ବୃଦ୍ଧି ପାଇଛି।

ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୬, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୨, ବୌଦ୍ଧରୁ ଜଣେ, କଟକରୁ ୧୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୮ , ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୨୦୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୩୭, ରାୟଗଡ଼ାରୁ ୨, ସମ୍ୱଲପୁରରୁ ୬, ସୋନପୁରରୁ ୨୦, ସୁନ୍ଦରଗଡ଼ରୁ ୪୨ ଓ ଷ୍ଟେଟ୍‌ ପୁଲରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

Comments are closed.