ରାଜ୍ୟରେ ଆସନ୍ତା ୧୪ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ବର – ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ ଥିବା ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାକୁ ଜାରି ହୋଇଛି ହେଲୋ ୱର୍ଣ୍ଣିଂ । ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Comments are closed.