୧୪ରୁ ୧୬ ପ୍ରବଳ ବର୍ଷା: ଅନେକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି | News Room Odisha

୧୪ରୁ ୧୬ ପ୍ରବଳ ବର୍ଷା: ଅନେକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର – ରାଜ୍ୟରେ ଏବେ ‌ମୌସୁମୀ ଓ ଲଘୁଚାପଜନିତ ବର୍ଷା ଜାରି ରହିଛି। ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମା‌ଳ, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଆଜି ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବି‌ଶେଷ କରି ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼‌ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲିଠୁ ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।