କୋରୋନା ବିପଦ ଟଳି ନାହିଁ, ମାସ୍କ ପିନ୍ଧି ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ | News Room Odisha

କୋରୋନା ବିପଦ ଟଳି ନାହିଁ, ମାସ୍କ ପିନ୍ଧି ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର- ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀର ବିପଦ ଏ ଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ଦିଗରେ ସଚେତନ ଓ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ରାଜ୍ୟରେ ଗତ ୨୪ ଘଂଟାରେ ୭୪୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସଙ୍ଗରୋଧ କେନ୍ଦ୍ରରୁ ୪୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୦୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୫, ସୁନ୍ଦରଗଡ଼ରୁ ୬୫, ପୁରୀରୁ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩ହଜାର ୮୭୮।