ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପୁଣି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ | News Room Odisha

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପୁଣି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ବାତିଲ

ସମ୍ବଲପୁର – ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପୁଣି ପ୍ରଶ୍ନପତ୍ର ଲିକ୍ । ଏନେଇ ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି। ସେ ପ୍ରଶ୍ନପତ୍ର ଲିକ୍ ହୋଇଥିବା କଥାକୁ ସ୍ୱୀକାର କରିବା ସହ କହିଛନ୍ତି, ସକାଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି, ତେଣୁ ଆଜି ହେବାକୁ ଥିବା ଏଜୁକେସନ ୬ଷ୍ଠ ସେମିଷ୍ଟର ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ବାତିଲ ପରୀକ୍ଷା କେବେ ପୁଣି ହେବ, ସେ ନେଇ ପରେ ସୂଚନା ଦିଆଯିବ ବୋଲି କୁଳପତି କହିଛନ୍ତି।