ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଲାଗିରହିଛି । ଭୁବନେଶ୍ବର ଓ କଟକ ସହରରେ ଆଜି ସକାଳୁ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷାରେ ଦୃଶ୍ୟମାନ ଦୂରତା କମୁଥିବାରୁ ନିଜକୁ ଯାତାୟାତରୁ ନିବୃତ ରଖିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଏଣେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର,
ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments are closed.