ରାଷ୍ଟ୍ରପତି ନିର୍ବାଚନରେ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ | News Room Odisha

ରାଷ୍ଟ୍ରପତି ନିର୍ବାଚନରେ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର – ରାଜ୍ୟ କଂଗ୍ରେସ ପାଇଁ ମାଟି ଅପେକ୍ଷା ପାର୍ଟି ବଡ଼ ହୋଇଛି । ମିଳିତ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବ ରାଜ୍ୟ କଂଗ୍ରେସ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦିଲ୍ଲୀରୁ ଫେରିବା ପରେ କଂଗ୍ରେସ ବିଧାୟକମାନଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ହାଇକମାଣ୍ଡଙ୍କ ନିଷ୍ପତି ବିଷୟରେ ବିଧାୟକଙ୍କୁ ଅବଗତ କରାଇଛନ୍ତି। କଂଗ୍ରେସର ସମସ୍ତ ଭୋଟ୍ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଦେବା ପାଇଁ ବୈଠକରେ ଆଲୋଚନା ହୋଇଛି। ଯଶ୍ୱୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବା ପାଇଁ ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତି ହୋଇଛି। ରାଷ୍ଟ୍ରପତି ନିର୍ବାଚନ ଲାଗି ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଓ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ କଂଗ୍ରେସର ଏଜେଣ୍ଟ ଭାବେ ନିଯୁକ୍ତ କରାଯାଇଛି ବୋଲି ପିସିସି ସଭାପତି କହିଛନ୍ତି। ଆସନ୍ତା ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ।