ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର

ମାଲକାନଗିରି- ଲଗାଣବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର । ଗୋଦାବରୀ ନଦୀ ଫୁଲିବା ଯୋଗୁ ମୋଟୁ ଅଞ୍ଚଳ ଜଳମଗ୍ନ ହୋଇଛି। ଗୋଦାବରୀରର ପଛୁଆ ପାଣି ମାଲକାନଗିରି ଦେଇ ପ୍ରବାହିତ ସିଲେରୁ ଓ ସାବେରୀ ନଦୀରେ ପ୍ରବେଶ କରିବା ଦ୍ୱାରା ନୂଆ ଓ ପୁରୁଣା ମୋଟୁରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପୁରୁଣାମୋଟୁରେ ଥିବା ୩ଟି ଗାଁର ୫ଶହରୁ ଅଧିକ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଇଛି।

ପ୍ରଶାସନ ପକ୍ଷରୁ ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯାଇଛି। ନୂଆ ମୋଟୁ ଅଞ୍ଚଳର ୬ରୁ ୭ ଗାଁ ପାଣି ଘେରରେ ରହିଛି। ଲୋକଙ୍କୁ ଦେଶୀ ଡଙ୍ଗା ସାହାଯ୍ୟରେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଗତକାଲି ମାଲକାନଗିରି ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳ ବନ୍ୟା ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କରିଥିଲେ। ଓଡ୍ରାଫ ଟିମ୍ ଓ ଅଗ୍ନିଶମ କର୍ମଚାର ମୋଟୁ ଅଞ୍ଚଳରେ ପହଞ୍ଚିଛନ୍ତି।

Comments are closed.