ବୋଲବମ ଭକ୍ତଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରରେ କମିସନରେଟ ପୋଲିସର ସ୍ୱତନ୍ତ୍ର ପ୍ରସ୍ତୁତି | News Room Odisha

ବୋଲବମ ଭକ୍ତଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରରେ କମିସନରେଟ ପୋଲିସର ସ୍ୱତନ୍ତ୍ର ପ୍ରସ୍ତୁତି

ଭୁବନେଶ୍ୱର – ବୋଲବମ ଯାତ୍ରା ପାଇଁ ଲିଙ୍ଗରାଜ ମନ୍ଦିରରେ ହେବାକୁ ଥିବା ଭିଡ଼କୁ ଲକ୍ଷ୍ୟରେ ରଖି ସ୍ୱତନ୍ତ୍ର ପ୍ରସ୍ତୁତି କରିଛି କମିସନରେଟ ପୋଲିସ । ମନ୍ଦିରରେ ପାଣି ଢ଼ାଳିବା ପାଇଁ ଚାରି ସପ୍ତାହ ଯାଏଁ ଭିଡ଼ ରହିବ । ଏହାକୁ ଦୃଷ୍ଟିରେ ରଖି ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି ।

ମନ୍ଦିର ଭିତରେ ଓ ବାହାରେ ଓଡ୍ରାଫ ଟିମ୍ ସହ ଅଗ୍ନିଶମ ବାହିନୀ ନିୟୋଜିତ କରାଯିବ । ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୫ଜଣ ଏସପି, ୮ଜଣ ଆଇଆଇସି, ୩୩ଜଣ ଏସଆଇଙ୍କ ସହ ୬ ପ୍ଲାଟୁନ ପୁଲିସ ଫୋର୍ସ ଏବଂ ୫୦ଜଣ ହୋମ ଗାର୍ଡଙ୍କୁ ନିୟୋଜିତ କରାଯିବ ବୋଲି ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି ।