ଆଜି ଛଡାଯିବ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ | News Room Odisha

ଆଜି ଛଡାଯିବ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ

ସମ୍ବଲପୁର – ଆଜି ଦିନ ୧୧ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ । ଆଜି ଜଳଭଣ୍ଡାର ଜଳସ୍ତର ୬୧୫ ଫୁଟ୍‌ରେ ପହଂଚିବ ବୋଲି ଆକଳନ କରାଯାଇଛି। ରବିବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୨.୧୦ ଫୁଟ୍ ରହିଥିବା ବେ‌ଳେ ଜଳଭଣ୍ଡାରକୁ ୧ ଲକ୍ଷ ୩୯ ହଜାର ୪୩୦ କ୍ୟୁସେକ ଜଳ ପ୍ରବେଶ କରୁଥିଲା। ସେହି ସମୟରେ ଜଳଭଣ୍ଡାରରୁ ୩୯ ହଜାର ୧୨୧ କ୍ୟୁସେକ ଜଳ ବିଭିନ୍ନ କେନାଲ ଓ ପାୱାର ଚାନେଲ ଦେଇ ନିଷ୍କାସିତ ହେଉଥିଲା। ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ଯୋଗୁଁ କ୍ରମାଗତ ଭାବରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ହେବା ଦ୍ବାରା ମହାନଦୀ ଓ ଶାଖା ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ, ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଳମ୍ବନ କରିବାକୁ ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।