ଉପରାଷ୍ଟ୍ରପତି ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ମାର୍ଗାରେଟ ଆଲଭା | News Room Odisha

ଉପରାଷ୍ଟ୍ରପତି ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ମାର୍ଗାରେଟ ଆଲଭା

ନୂଆଦିଲ୍ଲୀ – ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ମିଳିତ ବିରୋଧୀ ଦଳ ପ୍ରାର୍ଥୀ ମାର୍ଗାରେଟ ଆଲଭା । ସୋମବାର ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ ନାମାଙ୍କନ ଦାଖଲ କରିଥିଲେ। ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ଭୋଟ ଗ୍ରହଣ। ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ହିଁ ଭୋଟ ଦେବେ ।