୨୪ ଘଣ୍ଟିଆ ରାସନ ପାଇଁ ରାଜ୍ୟ ସରକାର ଆରମ୍ଭ କରିବେ ଏଟିଜି- ଅଲ୍ ଟାଇମ୍ ଗ୍ରେନ

ଭୁବନେଶ୍ବର – ରାଜ୍ୟରେ ଏଣିକି ମିଳିବ ୨୪ ଘଣ୍ଟିଆ ରାସନ। ଏଟିଏମରୁ ଟଙ୍କା ବାହାରିବା ଭଳି ବାହାରିବ ଚାଉଳ। ଏଥିପାଇଁ ରାଜ୍ୟ ସରକାର ଅଲ ଟାଇମ ଗ୍ରେନ୍ ବା ଏଟିଜି ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି । ପାଇଲଟ ପ୍ରକଳ୍ପ ଭୁବନେଶ୍ୱରରେ ଆରମ୍ଭ ହେବ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏହି ସୂଚନା ଦେଇଛନ୍ତି ।

ଆଜି ବିଧାନସଭାରେ ଗୃହୀତ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଖାଦ୍ୟ ସୁରକ୍ଷା ଯୋଜନାରେ ଓଡିଶା ଏକ ମଡେଲ ରାଜ୍ୟରେ ପରିଣତ ହୋଇଛି । ଏହି ବ୍ୟବସ୍ଥାକୁ ଅଧିକ ସରଳୀକରଣ କରାଯାଉଛି। ଖାଦ୍ୟ ଓ ଶସ୍ୟ ରହୁଥିବା ଗୋଦାମ ଗୃହକୁ ଅଟୋ ମେସନ କରିବା ସହିତ କେମିତି ଗୁଣାତ୍ମକମାନର ଶସ୍ୟ ପହଞ୍ଚିବ, ସେ ନେଇ ସରକାର ବ୍ୟବସ୍ଥା କରୁଛନ୍ତି। ଏଣିକି ଏଟିଏମରୁ ଟଙ୍କା ବାହାରିବା ଭଳି ଶସ୍ୟ ମିଳିବ। ସେଥିପାଇଁ ରାଜ୍ୟ ସରକାର ଅଲ ଟାଇମ ଗ୍ରେନ୍ ବ୍ୟବସ୍ଥା କରିବାକୁ ଯାଉଛନ୍ତି।

Comments are closed.