ଆସନ୍ତା ୫ ଦିନ ପ୍ରବଳ ବର୍ଷିବ | News Room Odisha

ଆସନ୍ତା ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର – ରାଜ୍ଯରେ ଆଗାମୀ ୫ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ପ୍ରବଳବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁର, ପୁରୀ ଓ ଗଞ୍ଜାମ । ଏହି ୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

୨୨ ତାରିଖ ପାଇଁ ୧୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲା ପାଇଁ ଜାରି କରାଯାଇଛି କାମଳ ସତର୍କତା।

ଆସନ୍ତା ୨୩ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ୭ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ।

୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ – ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ।

୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।