ଆଜିଠୁ ଚାରିଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା,୨୬ରୁ ଶୁଖିଲା ପାଗ

ଭୁବନେଶ୍ୱର – ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତ୍ତୀ ସପ୍ତାହେ ଯାଏ ବିଶେଷ ବର୍ଷା ସମ୍ଭାବନା ନାହିଁ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଏବେ ‌ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଝାଡ଼ଖଣ୍ଡ ଓ ସଂଲଗ୍ନ ଗ‌ାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ପ‌ାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Comments are closed.