ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତି ନିର୍ବାଚିତ ହୋଇଥିବାରୁ ରାଜ୍ୟବାସୀଙ୍କ ପକ୍ଷରୁ ଜଣାଇଲେ ଶୁଭେଚ୍ଛା | News Room Odisha

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତି ନିର୍ବାଚିତ ହୋଇଥିବାରୁ ରାଜ୍ୟବାସୀଙ୍କ ପକ୍ଷରୁ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର – ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବାରୁ ଓଡ଼ିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କ ସଫଳତା ପାଇଁ ଓଡ଼ିଶାବାସୀ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।