ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ | News Room Odisha

ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ

କଟକ – ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି ହାଇକୋର୍ଟ । ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ପୁଞ୍ଜିଲାଲଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ତାହା ଖାରଜ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୦ରେ ପାଟଣାଗଡ଼ ଅତିରିକ୍ତ ଦୌରାଜଜଙ୍କ ଅଦାଲତରେ ଜାମିନ ଖାରଜ ହେବା ପରେ ପୁଞ୍ଜିଲାଲ୍ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

୨୦୧୮ ମସିହା ଫେବ୍ରୁଆରି ୨୩ ତାରିଖରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରିମା ପାର୍ସଲ ଖୋଲୁଥିବା ବେଳେ ବିସ୍ପୋରଣ ଘଟିଥିଲା। ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେମାଙ୍କର ମୃତ୍ୟୁ ହୋଇଥିବା ବେଳେ ପତ୍ନୀ ରିମା ଗୁରୁତର ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୁଲିସ ମାମଲା ରୁଜୁ କରିଥିଲା। ୨୦୧୮ମାର୍ଚ୍ଚ ୨୩ ତାରିଖରେ କ୍ରାଇମବ୍ରାଞ୍ଚକୁ ମାମଲା ତଦନ୍ତ ଭାର ହସ୍ତାନ୍ତର କରାଯାଇଥିଲେ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଭଈଁସା କଲେଜର ଇଂରାଜି ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ,ଏପ୍ରିଲ ୨୫ ତାରିଖରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।