ଦୁଇବର୍ଷରେ ରାଜ୍ୟରେ ୧୮୬ଟି ଶିଳ୍ପକୁ ଅନୁମୋଦନ : ଶିଳ୍ପ ମନ୍ତ୍ରୀ | News Room Odisha

ଦୁଇବର୍ଷରେ ରାଜ୍ୟରେ ୧୮୬ଟି ଶିଳ୍ପକୁ ଅନୁମୋଦନ : ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର – ଗତ ଦୁଇ ବର୍ଷରେ ରାଜ୍ୟରେ ୧୮୬ଟି ଶିଳ୍ପକୁ ଅନୁମୋଦନ ମିଳିଛି । ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ଜରିଆରେ ଏହି ସବୁ ଶିଳ୍ପକୁ ଅନୁମୋଦନ ଦିଆଯାଇଛି ବୋଲି ବିଧାନସଭାର ପ୍ରଶ୍ନକାଳରେ ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । ଏହାଦ୍ୱାରା ୧ ଲକ୍ଷ ୬୫ ହଜାର ୪୬୨ ନିଯୁକ୍ତି ସୁଯୋଗ ସୃଷ୍ଟି ଟାର୍ଗେଟ ରଖାଯାଇଛି । ୨୦୨୦ ଜୁନଠାରୁ ବର୍ତ୍ତମାନ ସୁଦ୍ଧା ୧୧ଟି ବୃହତ ପ୍ରକଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି। ୪ ହଜାର ୬୦୬ କୋଟି ଟଙ୍କାର ପୁଞ୍ଜି ନିବେଶରେ ୬୫୫୭ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି ବୋଲି ମନ୍ତ୍ରୀ ଗୃହକୁ ଜଣାଇଛନ୍ତି ।

ସ୍ଥାନୀୟ ନିଯୁକ୍ତି କ୍ଷେତ୍ରରେ ଶିଳ୍ପାନୁଷ୍ଠାନ ଗୁଡ଼ିକର ପାତର ଅନ୍ତର ନୀତିକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଥିଲେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ । ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି ଯେ, ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ କମିଟି ହେବା ପରେ ସମ୍ପୃକ୍ତ ଶିଳ୍ପାନୁଷ୍ଠାନ ସହ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଥାଏ । ଏଥିରେ ସ୍ଥାନୀୟ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଆସୁଛନ୍ତି । ଯଦି କୌଣସି ସ୍ଥାନରେ ଏହାର ବ୍ୟତିକ୍ରମ ଘଟୁଛି ନିର୍ଦ୍ଦିଷ୍ଟ ଅଭିଯୋଗ ଆଣିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।