ଅଟୋ ଓଲଟି ୨ ଛାତ୍ରୀ ଆହତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ମୋହନା ବ୍ଲକ୍ ଅନ୍ତର୍ଗତ ଢେପାଲାଞ୍ଜୁ ଛକ ନିକଟରେ ଆଜି ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିଛି। ଫଳରେ ୨ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଟୋରେ ଗୁଣ୍ଡିମାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆସୁଥିବା ବେଳେ ଦୁର୍ଘଟଣାର ଶୀକାର ହୋଇଥିଲେ। ମୋହନା ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି

Comments are closed.