ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଚାରିଦିନିଆ ଦିଲ୍ଲୀ ଗସ୍ତ | News Room Odisha

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଚାରିଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର – ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଚାରିଦିନିଆ ଦିଲ୍ଲୀ ଗସ୍ତ ଆରମ୍ଭ ହେଉଛି । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ୨୫ ତାରିଖରେ ଶପଥ ଗ୍ରହଣ ସମାରୋହ ହେବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଦ୍ରୌପଦୀ ମୁର୍ମୁଙ୍କ ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମିଳିଛି । ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ବିଜେଡି ସାଂସଦଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି । ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।