୨୪ ଘଣ୍ଟାରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା | News Room Odisha

୨୪ ଘଣ୍ଟାରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାର କରାଯାଇଛି। ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର ଜିଲ୍ଲା ପାଇଁ ଜାରି କରାଯାଇଛି ୟେଲୋ ୱର୍ନିଂ । ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।