ବରିଷ୍ଠ ଶ୍ରମିକ ନେତା ରାଜେନ୍ଦ୍ର ପ୍ରସାଦ ସିଂଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ପୂର୍ବତନ ଜନତା ଦଳର ବିଧାୟକ ତଥା ବରିଷ୍ଠ ଶ୍ରମିକ ନେତା, ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ରାଜେନ୍ଦ୍ର ପ୍ରସାଦ ସିଂଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଜନକଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.