ଆଜି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ବର – ଆଜି ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ଘୋଷଣା ହେବ ପରୀକ୍ଷା ଫଳ । ଆଜି ବିଜ୍ଞାନ ଓ ବାଣିଜ୍ୟର ଫଳ ବାହାରିବ । ଏକ ସପ୍ତାହ ପରେ କଳାର ରେଜଲ୍ଟ ଉପଲବ୍ଧ ହେବ । ପ୍ରଥମେ ବୋର୍ଡ କାର୍ଯ୍ୟାଳୟରେ ଫଳ ପ୍ରକାଶ ହେବ । ପରେ ଛାତ୍ରଛାତ୍ରୀ ଇଣ୍ଟରନେଟରୁ ନିଜ ରେଜଲ୍ଟ ପାଇପାରିବେ ।

ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩ ଲକ୍ଷ ୨୧ ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତାର ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା।

Comments are closed.